13ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ,
14ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା।
15ତହିଁରେ ମୋʼ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋʼ ଶରୀର ରୋମାଞ୍ଚିତ ହୋଇ ଉଠିଲା।
16ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,
17‘ମର୍ତ୍ତ୍ୟର ମନୁଷ୍ୟ କʼଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ?