18ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;
19ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି।
20ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ।
21ସେମାନଙ୍କ ତମ୍ବୁର ରଜ୍ଜୁ କʼଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି।’