ଆୟୁବ 4

ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ।

Job 4:3 (UKJV) Behold, you have instructed many, and you have strengthened the weak hands.

1ଏଥିରେ ତୈମନୀୟ ଇଲୀଫସ୍‍ ଉତ୍ତର କରି କହିଲା,

2“କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କʼଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ?

3ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ।

4ତୁମ୍ଭର ବାକ୍ୟ ପଡୁଥିବା ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ।

5ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.