3ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ।
4ତୁମ୍ଭର ବାକ୍ୟ ପଡୁଥିବା ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ।
5ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ।
6ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି?
7ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି?