7ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି?
8ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି।
9ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି।
10ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।
11ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।