ଆୟୁବ 40

ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।

Job 40:10 (UKJV) Deck yourself now with majesty and excellency; and array yourself with glory and beauty.

8ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ?

9ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?

10ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।

11ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକୁ ଅନାଇ ତାହାକୁ ନତ କର।

12ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.