14ତେବେ ତୁମ୍ଭ ଦକ୍ଷିଣ ହସ୍ତ ଯେ ତୁମ୍ଭକୁ ଉଦ୍ଧାର କରିପାରେ, ଆମ୍ଭେ ହିଁ ତୁମ୍ଭ ବିଷୟରେ ଏହା ସ୍ୱୀକାର କରିବା।
15ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।
16ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ।
17ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ।
18ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି।