18ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି।
19ସେ ପରମେଶ୍ୱରଙ୍କ କାର୍ଯ୍ୟ ମଧ୍ୟରେ ଅଗ୍ରଗଣ୍ୟ; ଯେ ତାହାକୁ ସୃଷ୍ଟି କଲେ, କେବଳ ତାହାଙ୍କର ଖଡ୍ଗ ତାହାକୁ ସ୍ପର୍ଶ କରିପାରେ।
20ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି।
21ସେ ନଳବନ ଭିତରେ ଓ ଝିଲରେ ପଦ୍ମବୃକ୍ଷ ତଳେ ଶୟନ କରେ।
22ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶୀ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ।