ଆୟୁବ 40

ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶୀ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ।

Job 40:22 (UKJV) The shady trees cover him with their shadow; the willows of the brook compass him about.

20ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି।

21ସେ ନଳବନ ଭିତରେ ଓ ଝିଲରେ ପଦ୍ମବୃକ୍ଷ ତଳେ ଶୟନ କରେ।

22ପଦ୍ମବୃକ୍ଷ ଆପଣା ଛାୟାରେ ତାହାକୁ ଆଚ୍ଛନ୍ନ କରେ; ନଦୀର ବାଇଶୀ ବୃକ୍ଷ ତାହାର ଚତୁର୍ଦ୍ଦିଗରେ ଥାଏ।

23ଦେଖ, ନଦୀ ବଢ଼ିଲେ, ସେ କମ୍ପିତ ହୁଏ ନାହିଁ; ଯର୍ଦ୍ଦନ ତାହାର ମୁଖ ସରିକି ବଢ଼ିଲେ ହେଁ ସେ ସୁସ୍ଥିର ଥାଏ।

24ସେ ଜାଗ୍ରତ ଥିବା ବେଳେ କେହି କି ତାକୁ ଧରିବ? ଅବା ରଜ୍ଜୁ ଦ୍ୱାରା ତାହାର ନାସିକା ଫୋଡ଼ିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.