2“ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”
3ତହୁଁ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
4“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
5ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇ ଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।”
6ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,