3ତହୁଁ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
4“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
5ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇ ଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।”
6ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
7“ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।