5ମୁଁ ଥରେ କଥା କହିଅଛି, ପୁଣି ଉତ୍ତର ଦେବି ନାହିଁ; ହଁ, ଦୁଇ ଥର କହିଅଛି, ମାତ୍ର ଆଉ ଅଧିକ ବଢ଼ିବି ନାହିଁ।”
6ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,
7“ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
8ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ?
9ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?