7“ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ; ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା, ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ।
8ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ?
9ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?
10ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।
11ତୁମ୍ଭେ ଆପଣା ଉଚ୍ଛଳିତ କ୍ରୋଧ ଢାଳି ପକାଅ ଓ ପ୍ରତ୍ୟେକ ଅହଙ୍କାରୀକୁ ଅନାଇ ତାହାକୁ ନତ କର।