12ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ।
13ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ?
14କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ।
15ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି।
16ଏକଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରିପାରେ ନାହିଁ।