ଆୟୁବ 41

ତାହାର ମୁଖରୁ ଜ୍ୱଳନ୍ତ ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ।

Job 41:19 (UKJV) Out of his mouth go burning lamps, and sparks of fire leap out.

17ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇପାରେ ନାହିଁ।

18ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ।

19ତାହାର ମୁଖରୁ ଜ୍ୱଳନ୍ତ ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ।

20ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ।

21ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.