19ତାହାର ମୁଖରୁ ଜ୍ୱଳନ୍ତ ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ।
20ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ।
21ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ।
22ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ।
23ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ।