22ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ।
23ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ।
24ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼।
25ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି।
26କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ।