25ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି।
26କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ।
27ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ।
28ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ।
29ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ।