1ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର?
2ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇ ପାର? ଅବା ଅଙ୍କୁଶରେ ତାହାର ଥୋମଣି ଫୋଡ଼ିପାର?
3ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ?
4ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ?
5ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ?