30ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ।
31ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ।
32ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱକେଶ ହେଲା;
33ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ।
34ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ।”