3ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ?
4ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ?
5ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ?
6ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟ ଦ୍ରବ୍ୟ କରିବେ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ?
7ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର?