7ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର?
8ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ।
9ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ?
10ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?
11କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।