8ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”
9ତହିଁରେ ତୈମନୀୟ ଇଲୀଫସ୍ ଓ ଶୂହୀୟ ବିଲ୍ଦଦ୍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ।
10ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।
11ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ।
12ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।