10ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।
11ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ।
12ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।
13ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ।
14ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା।