12ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।
13ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ।
14ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା।
15ସାରା ଦେଶରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା।
16ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା।