ଆୟୁବ 42

“ହେ ସଦାପ୍ରଭୁ, ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଂକଳ୍ପ ନିବାରଣ କରାଯାଇ ନ ପାରେ।

Job 42:2 (UKJV) I know that you can do every thing, and that no thought can be withheld from you.

1ଏଥିଉତ୍ତାରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,

2“ହେ ସଦାପ୍ରଭୁ, ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଂକଳ୍ପ ନିବାରଣ କରାଯାଇ ନ ପାରେ।

3‘ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ?’ ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି।

4ବିନୟ କରୁଅଛି, ‘ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.