3‘ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ?’ ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି।
4ବିନୟ କରୁଅଛି, ‘ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ।’
5ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
6ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”
7ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍କୁ କହିଲେ, “ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ୱଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।