ଆୟୁବ 42

ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”

Job 42:8 (UKJV) Therefore take unto you now seven bullocks and seven rams, and go to my servant Job, and offer up for yourselves a burnt offering; and my servant Job shall pray for you: for him will I accept: lest I deal with you after your folly, in that all of you have not spoken of me the thing which is right, like my servant Job.

6ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”

7ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍‍କୁ କହିଲେ, “ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ୱଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।

8ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”

9ତହିଁରେ ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ।

10ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.