ଆୟୁବ 5

ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।

Job 5:11 (UKJV) To set up on high those that be low; that those which mourn may be exalted to safety.

9ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;

10ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।

11ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।

12ସେ ଧୂର୍ତ୍ତମାନଙ୍କର କଳ୍ପନା ବ୍ୟର୍ଥ କରନ୍ତି, ତେଣୁ ସେମାନଙ୍କ ହସ୍ତ ସେମାନଙ୍କ କାର୍ଯ୍ୟ ସାଧନ କରିପାରେ ନାହିଁ।

13ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.