ଆୟୁବ 5

ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।

Job 5:15 (UKJV) But he saves the poor from the sword, from their mouth, and from the hand of the mighty.

13ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।

14ସେମାନେ ଦିନ ବେଳେ ଅନ୍ଧକାରଗ୍ରସ୍ତ ହୁଅନ୍ତି, ପୁଣି ମଧ୍ୟାହ୍ନରେ ରାତ୍ରିକାଳର ନ୍ୟାୟ ଦରାଣ୍ଡି ହୁଅନ୍ତି।

15ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।

16ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।

17ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.