17ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।
18କାରଣ ସେ କ୍ଷତ କରନ୍ତି ଓ ବାନ୍ଧନ୍ତି; ସେ ଆଘାତ କରନ୍ତି ଓ ତାହାଙ୍କ ହସ୍ତ ସୁସ୍ଥ କରଇ;
19ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।
20ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ ଓ ଯୁଦ୍ଧରେ ଖଡ୍ଗର ବଳରୁ ମୁକ୍ତ କରିବେ।
21ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।