20ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ ଓ ଯୁଦ୍ଧରେ ଖଡ୍ଗର ବଳରୁ ମୁକ୍ତ କରିବେ।
21ଜିହ୍ୱାର କୋରଡ଼ା-ପ୍ରହାରରୁ ତୁମ୍ଭେ ଗୋପନରେ ରଖାଯିବ; କିଅବା ବିନାଶ ଉପସ୍ଥିତ ହେଲେ ତୁମ୍ଭେ ଭୀତ ନୋହିବ।
22ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।
23କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
24ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।