22ତୁମ୍ଭେ ବିନାଶ ଓ ଦୁର୍ଭିକ୍ଷ ପ୍ରତି ହସିବ; ଅଥବା ପୃଥିବୀର ପଶୁଗଣ ବିଷୟରେ ଭୟଗ୍ରସ୍ତ ନୋହିବ।
23କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
24ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।
25ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।
26ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।