24ପୁଣି, ତୁମ୍ଭର ତମ୍ବୁ ଶାନ୍ତିରେ ଅଛି, ଏହା ତୁମ୍ଭେ ଜାଣିବ ଓ ତୁମ୍ଭେ ଆପଣା ପଶୁଶାଳାକୁ ଗଲେ କିଛି ହଜି ନ ଥିବାର ଦେଖିବ।
25ମଧ୍ୟ ତୁମ୍ଭର ବଂଶ ବହୁସଂଖ୍ୟକ ଓ ତୁମ୍ଭର ସନ୍ତାନସନ୍ତତି ଭୂମିର ତୃଣ ପରି ହେବାର ଜାଣିବ।
26ତୁମ୍ଭେ ଯଥା ସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସିବ।
27ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ।”