1ଏବେ ଡାକ, ତୁମ୍ଭକୁ ଉତ୍ତର ଦେବାକୁ କʼଣ କେହି ଅଛି? ପୁଣି, ପବିତ୍ରଗଣ ମଧ୍ୟରୁ ତୁମ୍ଭେ କାହାର ଅନୁସରଣ କରିବ?
2କାରଣ ବିରକ୍ତି ଅଜ୍ଞାନକୁ ନାଶ କରେ ଓ ଅନ୍ତର୍ଜ୍ୱାଳା ନିର୍ବୋଧକୁ ବଧ କରେ।
3ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।
4ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗର-ଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।
5କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯାʼନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।