4ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗର-ଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।
5କ୍ଷୁଧିତ ଲୋକ ସେମାନଙ୍କର ଶସ୍ୟ ଖାଇଯାʼନ୍ତି ଓ କଣ୍ଟା ମଧ୍ୟରୁ ହିଁ ତାହା ନେଇଯାʼନ୍ତି, ଆଉ ଜାଲ ସେମାନଙ୍କ ସମ୍ପତ୍ତିକୁ ଚାହିଁକରି ଥାଏ।
6କାରଣ କ୍ଳେଶ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ, କିଅବା ଦୁଃଖ ଭୂମିରୁ ଅଙ୍କୁରିତ ହୁଏ ନାହିଁ;
7ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।
8ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।