7ମାତ୍ର ଅଗ୍ନିକଣିକା ଯେପରି ଉପରକୁ ଉଠେ, ସେହିପରି ମନୁଷ୍ୟ ଦୁଃଖ ନିମନ୍ତେ ଜାତ ଅଟେ।
8ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।
9ପରମେଶ୍ୱର ମହାନ, ଅନନୁସନ୍ଧେୟ ଏବଂ ଅସଂଖ୍ୟ ଆଶ୍ଚର୍ଯ୍ୟକର୍ମ କରନ୍ତି;
10ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।
11ଏହିରୂପେ ସେ ନୀଚ ଲୋକକୁ ଉଚ୍ଚରେ ସ୍ଥାପନ କରନ୍ତି ଓ ଶୋକାର୍ତ୍ତମାନଙ୍କୁ ରକ୍ଷା କରି ଉନ୍ନତ କରନ୍ତି।