9ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ!
10ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ୱନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟନ୍ତ ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ୱୀକାର କରି ନାହିଁ।
11ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି?
12ମୋହର ବଳ କʼଣ ପ୍ରସ୍ତରମାନଙ୍କର ବଳ? ଅବା ମୋହର ମାଂସ କʼଣ ପିତ୍ତଳ?
13ମୋʼ ଦ୍ୱାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋʼ ଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କʼଣ ସତ୍ୟ ନୁହେଁ?