13ମୋʼ ଦ୍ୱାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋʼ ଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କʼଣ ସତ୍ୟ ନୁହେଁ?
14କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ।
15ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି;
16ତାହାସବୁ ହିମ ସକାଶୁ କୃଷ୍ଣବର୍ଣ୍ଣ ଓ ତହିଁ ମଧ୍ୟରେ ତୁଷାର ଲୀନ ହୁଏ;
17ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ୱ ସ୍ଥାନରୁ ଅନ୍ତର୍ହିତ ହୁଏ।