16ତାହାସବୁ ହିମ ସକାଶୁ କୃଷ୍ଣବର୍ଣ୍ଣ ଓ ତହିଁ ମଧ୍ୟରେ ତୁଷାର ଲୀନ ହୁଏ;
17ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ୱ ସ୍ଥାନରୁ ଅନ୍ତର୍ହିତ ହୁଏ।
18ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି; ସେମାନେ ମରୁଭୂମିକୁ ଯାଇ ବିନଷ୍ଟ ହୁଅନ୍ତି।
19ତେମାର ପଥିକ ଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀ ଦଳ ତହିଁ ପାଇଁ ଅପେକ୍ଷା କଲେ।
20ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ।