1ଏଥିରେ ଆୟୁବ ଉତ୍ତର କରି କହିଲା,
2“ଆହା, ଯଦି ମୋହର ଦୁଃଖ ତୌଲା ଯାଇଥାʼନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥାʼନ୍ତା!
3ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା; ଏଣୁ ମୋହର ବାକ୍ୟ ଅବିବେଚନାଯୁକ୍ତ ହୋଇଅଛି।
4କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।