21ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ; ତୁମ୍ଭେମାନେ ବିପତ୍ତି ଦେଖି ଭୀତ ହେଉଅଛ।
22‘ମୋତେ କିଛି ଦିଅ,’ ଅବା ‘ତୁମ୍ଭମାନଙ୍କ ସମ୍ପତ୍ତିରୁ ମୋʼ ପାଇଁ ଉପହାର ଯାଚ,’
23କିଅବା ‘ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର,’ ଅଥବା ‘ଉପଦ୍ରବୀମାନଙ୍କ ହସ୍ତରୁ ମୋତେ ମୁକ୍ତ କର, ଏହା କି ମୁଁ କହିଲି?’
24ମୋତେ ଶିକ୍ଷା ଦିଅ, ତହିଁରେ ମୁଁ ନୀରବ ହେବି ଓ ମୁଁ କେଉଁ ବିଷୟରେ ଭୁଲିଗଲି, ତାହା ମୋତେ ବୁଝାଇ ଦିଅ।
25ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?