24ମୋତେ ଶିକ୍ଷା ଦିଅ, ତହିଁରେ ମୁଁ ନୀରବ ହେବି ଓ ମୁଁ କେଉଁ ବିଷୟରେ ଭୁଲିଗଲି, ତାହା ମୋତେ ବୁଝାଇ ଦିଅ।
25ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?
26ତୁମ୍ଭେମାନେ କʼଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ।
27ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ।
28ଏହେତୁ ଏବେ ଅନୁଗ୍ରହ କରି ମୋʼ ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ।