26ତୁମ୍ଭେମାନେ କʼଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ।
27ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ।
28ଏହେତୁ ଏବେ ଅନୁଗ୍ରହ କରି ମୋʼ ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ।
29ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ।
30ମୋʼ ଜିହ୍ୱାରେ କʼଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କʼଣ ଅନିଷ୍ଟ ବିଷୟ ବାରି ନ ପାରେ?