4କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।
5ଘାସ ଥିଲେ କʼଣ ବନ୍ୟ ଗର୍ଦ୍ଦଭ ବୋବାଏ? ଆହାର ପାଖରେ କʼଣ ଗୋରୁ ହମାଳେ?
6ଅସ୍ୱାଦ ଦ୍ରବ୍ୟ କʼଣ ଲବଣ ବିନା ଭୋଜନ କରାଯାଇପାରେ? ଅବା ଡିମ୍ବର ଲାଳରେ କି କିଛି ସ୍ୱାଦ ଅଛି?
7ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ; ତାହାସବୁ ମୋʼ ପ୍ରତି ଘୃଣିତ ଭକ୍ଷ୍ୟ ସ୍ୱରୂପ।
8ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ୱର ମୋତେ ଦିଅନ୍ତେ।