6ଅସ୍ୱାଦ ଦ୍ରବ୍ୟ କʼଣ ଲବଣ ବିନା ଭୋଜନ କରାଯାଇପାରେ? ଅବା ଡିମ୍ବର ଲାଳରେ କି କିଛି ସ୍ୱାଦ ଅଛି?
7ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ; ତାହାସବୁ ମୋʼ ପ୍ରତି ଘୃଣିତ ଭକ୍ଷ୍ୟ ସ୍ୱରୂପ।
8ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ୱର ମୋତେ ଦିଅନ୍ତେ।
9ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ!
10ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ୱନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟନ୍ତ ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ୱୀକାର କରି ନାହିଁ।