8ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋʼ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି।
9ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ।
10ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ।
11ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।
12ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?