12ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?
13ମୋʼ ପଲଙ୍କ ମୋତେ ସାନ୍ତ୍ୱନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ,
14ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ।
15ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ।
16ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର।