17ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,
18ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ?
19ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ, କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ିଦେବ ନାହିଁ?
20ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି?
21ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।”