1ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ?
2ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;
3ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରାଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି।
4ମୁଁ ଶୟନ କାଳରେ କହେ, ‘କେବେ ମୁଁ ଉଠିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ।